ଆସନ୍ତାକାଲି ଧବଳେଶ୍ୱରଙ୍କ ପୀଠରେ ପାଳନ ହେବ ବଡ ଓଷା । ଆଜି ପଞ୍ଚୁକର ଦ୍ୱିତୀୟ ଦିନ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତି ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା । ଆସନ୍ତାକାଲି ବଡ଼ଓଷାରେ ବଡସିଂହାର ସ୍ୱତନ୍ତ୍ର ବେଶରେ ଦର୍ଶନ ଦେବେ । ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ସୁରକ୍ଷା ସହ ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ , ନଦୀ ଘାଟରେ ଓଡ୍ରାଫ , ଅଗ୍ନିଶମ ବାହିନୀ , ମେଡିକାଲ ଟିମ ମୁତୟନ ହେବା ସହ ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଂଚଳ ଏସପି ଉପସ୍ଥିତ ରହି ତଦାରଖ କରୁଛନ୍ତି ।
You can share this post!
author
Related Articles
ମୋଦି-ଟ୍ରମ୍ପଙ୍କ ନୂଆ ଡିଲ୍ …ଆହୁରି କାନ୍ଦିବେ ଚାଷୀ !
- February 9, 2026
ହ୍ବାଟ୍ସଆପକୁ ସୁପ୍ରିମକୋର୍ଟଙ୍କ ଚେତାବନୀ !
- February 4, 2026
ସ୍କୁଲରେ ମାଗଣା ସାନିଟାରୀ ପ୍ୟାଡ ବାଧ୍ୟତାମୂଳକ …
- January 31, 2026
