ସାଂସଦ ହେବେ ପ୍ରଭୁ ଶ୍ରୀରାମ !

ସାଂସଦ ହେବେ ପ୍ରଭୁ ଶ୍ରୀରାମ !

ପ୍ରଥମଥର ପାଇଁ ନିର୍ବାଚନ ଲଢିବେ ପ୍ରଭୁ ଶ୍ରୀରାମ । ହଁ ଦର୍ଶକବନ୍ଧୁ ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ କି । ଆସନ୍ତା ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ମିରଟ ସମେତ ଉତରପ୍ରଦେଶର ୮ଟି ସଂସଦୀୟ କ୍ଷେତ୍ରରେ ଭୋଟ ଗ୍ରହଣ ହେବ । ଏଥର ଉତ୍ତର ପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ । ମତଦାନ ପାଖେଇ ଆସୁଥିବା ବେଳେ ଜୋର ଜମିଛି ଅରୁଣଙ୍କ ପ୍ରଚାର । ପ୍ରଚାର ମଇଦାନରେସାମିଲ ହୋଇଛନ୍ତି ରାମଙ୍କ ସହିତ ସୀତା ଓ ଲକ୍ଷ୍ମଣ  । ରାମାୟଣରେ ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲଙ୍କ ପାଇଁ ପ୍ରଚାର କରିଛନ୍ତି ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ । ଏଥର ଉତ୍ତରପ୍ରଦେଶ ମିରଟରୁ ବିଜେପିର ସାଂସଦ ପ୍ରାର୍ଥୀ ହୋଇଛନ୍ତି ଅରୁଣ ଗୋଭିଲ । ନିର୍ବାଚନ ପୂର୍ବରୁ ନିଜ ବିଶାଳ ସମର୍ଥକଙ୍କ ସହିତ ଶକ୍ତି ପ୍ରଦର୍ଶନ କରିବା ବେଳେ ବିଶାଳ ରୋଡ ସୋ’ରେ ବାହାରି ଭୋଟ ଭିକ୍ଷା କରିଛନ୍ତି ରାମାଣୟର ରାମ-ସୀତା । ସାଙ୍ଗରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରିଥିବା ସୁନୀଲ ଲହରି ମଧ୍ୟ ସାମିଲ ହୋଇଥିଲେ । ଯାହାଙ୍କୁ ଦେଖିବାକୁ ରାସ୍ତାରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ ।

author

Related Articles

Leave a Reply

Your email address will not be published. Required fields are marked *