ସିଂହଦ୍ୱାର ଜଗିବେ ପ୍ରତିହାରୀ ସେବାୟତ..

ସିଂହଦ୍ୱାର ଜଗିବେ ପ୍ରତିହାରୀ ସେବାୟତ..

ଏଣିକି ଅଣହିନ୍ଦୁଙ୍କୁ ଜଗିବେ ସେବାୟତ । ଅଣହିନ୍ଦୁଙ୍କ ପ୍ରବେଶ ରୋକିବାକୁ ପୁରୀ ଶ୍ରୀମନ୍ଦିର ପ୍ରଶାସନର ପ୍ରୟାସ

 ପଣାସଂକ୍ରାନ୍ତି ଠାରୁ ସକାଳେ ଓ ସନ୍ଧ୍ୟାରେ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରତିହାରୀ ନିଯୋଗ ସମ୍ପାଦକ ରାମନାରାୟଣ ଗୋଛିକାର । ତେବେ ପୂନର୍ବାର ପ୍ରତିହାରୀ ସେବାୟତ ମାନେ ସିଂହଦ୍ୱାର ଖୋଲିବା ସମୟରେ ଓ ସନ୍ଧ୍ୟା ଧୂପ ପରେ ସେଠାରେ ମୁତୟନ ରହିବେ ବୋଲି ନିଯୋଗର ସମ୍ପାଦକ କହିଛନ୍ତି ।ସୂଚନା ଅନୁସାରେ ଗତ ମାର୍ଚ୍ଚ ମାସରେ ସୁରକ୍ଷାବଳୟ ଭାଙ୍ଗି ଦୁଇ ଜଣ ବିଦେଶୀ ପର୍ଯ୍ୟଟକ ଶ୍ରୀମନ୍ଦିର ଭିତରେ ଅବାଧରେ ପ୍ରବେଶ କରିଥିଲେ । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ସିଂହଦ୍ୱାର ଥାନାରେ ଜିମା ଦେଇଥିଲେ । ଦାୟିତ୍ୱରେ ଥିବା ସୁରକ୍ଷାକର୍ମୀଙ୍କ ଅବହେଳା ଯୋଗୁଁ ଏଭଳି ବାରମ୍ବାର ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ କରୁଥିବା ଅଭିଯୋଗ ହୋଇଛି । ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

author

Related Articles

Leave a Reply

Your email address will not be published. Required fields are marked *