ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ଆଜି ସୁବର୍ଣ୍ଣପୁର ରେ ଜିଲ୍ଲl ସ୍ତରୀୟ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀ ଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି ସଭାରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ସଭାପତିତ୍ୱ କରି ଛାତ୍ରଛାତ୍ରୀମାନଙ୍କୁ ଗାନ୍ଧିଜୀ ଓ ଶାସ୍ତ୍ରୀଜିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଦେଶର ସେବା କରିବା ପାଇଁ ଉଦବୋଧନ ଦେଇଥିଲେl ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡା ,ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଏବଂ ଅଞ୍ଜଳିନା ପଧାନ ଯୋଗଦେଇଥିଲେ l ବକ୍ତା ଭାବରେ ବିନିକା ସିଦ୍ଧାର୍ଥ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଧୀରେନ୍ଦ୍ର କୁମାର ନାୟକ ଏବଂ ବିଶିଷ୍ଟ ସାହିତ୍ୟିକ ଲେଖକ ଦୀପକ ରଞ୍ଜନ ମିଶ୍ର ଯୋଗଦେଇ ଗାନ୍ଧୀ ଏବଂ ଶାସ୍ତ୍ରୀ ଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିଥିଲେ l
ଶିକ୍ଷକ ପୁଷ୍ପକ ରାୟ , ପ୍ରତିଦିପ୍ତ ରାୟ ପ୍ରମୁଖ ଗାନ୍ଧିଜୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ତେନେ କହିଏ ଓ ରଘୁପତି ରାଘବ ରାଜାରାମ ପରିବେଷଣ କରିଥିଲେ l ସର୍ବଧର୍ମ ପ୍ରାର୍ଥନା ସଭାରେ ପାଷ୍ଟର ଲାଲମୋହନ ଦିଗାଲ୍ ପବିତ୍ର ବାଇବଲ୍, ଜନlବ ମହମ୍ମଦ ରଫିକ କୋରାନ୍ , ଧିମାନ ସୁରେଶ୍ ବାଗ ବୌଦ୍ଧ ଧର୍ମଗ୍ରନ୍ଥ ଏବଂ ପଣ୍ଡିତ ଲକ୍ଷ୍ମୀନାରାୟଣ ପୂଜାରୀ ଭଗବତ ଗୀତା ଅବୃତ୍ତି କରିଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ସଭାରେ ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଏବଂ
ସହରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଗାନ୍ଧୀ ପ୍ରେମୀ ଜନସାଧାରଣ , ବରିଷ୍ଠ ନାଗରିକ ସଂଘ ର କର୍ମକର୍ତ୍ତା ଯୋଗଦେଇଥିଲେ l ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ବିଦ୍ୟାପତି ପଣ୍ଡା ସଭା ସଂଯୋଜନା କରିଥିଲେ lପ୍ରାତଃ ସମୟରେ ସହରରେ ରାମଧୁନ ପରିବେଷଣ କରିବା ସହିତ ଗାନ୍ଧୀ ମୂର୍ତ୍ତୀ ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା l ସମସ୍ତ କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା l ଏଥିରେ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I

author

Related Articles

Leave a Reply

Your email address will not be published. Required fields are marked *