ହୀରାକୁଦରେ ବ୍ୟାପିଚାଲିଛି ଡାଇରିଆ ଆତଙ୍କ । ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଏବେ ୨୫ରୁ ଉର୍ଦ୍ଧ୍ୱ ଲୋକ ଭର୍ତ୍ତି ହୋଇଥିବା ବେଳେ ୫ ଜଣଙ୍କ ସ୍ଥିତି ଗୁରୁତର ରହିଥିବା ସୂଚନା ମିଳିଛି । ସେମାନଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ କରାଯାଇଛି । ଦୂଷିତ ପାନୀୟ ଜଳ ଯୋଗାଣ କାରଣରୁ ଡାଇରିଆ ବ୍ୟାପିଥିବା ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଆଶଙ୍କା କରୁଛି । ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଜିଲ୍ଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଦେଇଥିବା ରିପୋର୍ଟ ଅନୁସାରେ ଟ୍ରିଟମେଂଟ ପ୍ଲାଂଟରେ ପାଣିକୁ ବିଶୁଦ୍ଧ କରାଯାଉନାହିଁ । ଯାହା ଫଳରେ ସଂକ୍ରମଣ ବ୍ୟାପୁଛି । ୪ଟି ସ୍ଥାନରୁ ପାନୀୟ ଜଳ ନମୂନ ସଂଗ୍ରହ କରାଯାଇଛି । ଏବେ ଘର ଘର ବୁଲି ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ । ସ୍ଥିତି ଉପରେ ନଜର ରଖିଛି ମୋବାଇଲ ହେଲଥ ୟୁନିଟ ।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ଦୁଇ ମୋହନଙ୍କ ପାଇଁ ଭାଙ୍ଗିବ ବିଜେପି !
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
