ହୋଲି ହେ ଭାଇ ହୋଲି ହେ… ବୁରା ନା ମାନୋ ହୋଲି ହେ

ହୋଲି ହେ ଭାଇ ହୋଲି ହେ… ବୁରା ନା ମାନୋ ହୋଲି ହେ

ହୋଲି ହେ ଭାଇ ହୋଲି ହେ , ବୁରା ନା ମାନୋ ହୋଲି ହେ… ଆଜି ହେଉଛି ରଙ୍ଗର ପର୍ବ ହୋଲି । ସବୁଠି ଖୁସିର ମାହୋଲ । ନିଜ ବ୍ୟସ୍ତ ବହୁଳ ଜୀବନରୁ କିଛି ସମୟ କାଢି ନିଜ ପ୍ରିୟଜନଙ୍କ ସହ ରଙ୍ଗରେ ରଙ୍ଗେଇ ହେଉଛନ୍ତି ସମସ୍ତେ । ପିଲାଠୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ହୋଲି ଖେଳିବାରେ ମସଗୁଲ । ଆଜିର ଦିନରେ ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲେ ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମେ । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ ସମସ୍ତେ ହୋଲି ଖେଳରେ ମସଗୁଲ ହୁଅନ୍ତି । ରଙ୍ଗ ଓ ରଙ୍ଗ ପିଚକାରୀର ଆଜି ଦିନରେ ଦବଦବା ରହେ । ଏହି ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି । ଅସୁର ରାଜା ହିରଣ୍ୟକଶ୍ୟପ ନିଜ ପୁଅ ପ୍ରହଲ୍ଲାଦଙ୍କୁ ମାରିବାକୁ ଷଡ଼ଯନ୍ତ୍ର ରଚିଥିଲେ । କାରଣ ପ୍ରହଲ୍ଲାଦ ଥିଲେ ବିଷ୍ଣୁଙ୍କ ପରମ ଭକ୍ତ । ଆଉ ହିରଣ୍ୟକଶ୍ୟପ ଏଥିରେ ଖୁବ୍ ରାଗିଯାଇ ନିଜ ଭଉଣୀ ହୋଲିକା ମାଧ୍ୟମରେ ପ୍ରହଲ୍ଲାଦଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ । ହୋଲିକାକୁ ବର ମିଳିଥିଲା ଯେ, ସେ ନିଆଁରେ ଜଳିବ ନାହିଁ । ହେଲେ ସେ ଯେତେବେଳେ ପ୍ରହଲ୍ଲାଦଙ୍କୁ ଧରି ନିଆଁ ଭିତରକୁ ଗଲେ, ପ୍ରହଲ୍ଲାଦ ବିଷ୍ଣୁଙ୍କୁ ପ୍ରାର୍ଥନା କଲେ । ଆଉ ହୋଲିକା ନିଆଁ ପୋଡ଼ି ହୋଇ ପ୍ରାଣତ୍ୟାଗ କଲେ ଓ ପ୍ରହଲ୍ଲାଦ ବଞ୍ଚିଗଲେ । ଅନ୍ୟ ଏକ ପୌରାଣିକ ତତ୍ତ୍ୱ ଅନୁସାରେ ରାଧା-କୃଷ୍ଣଙ୍କ ସାତ୍ୱିକ ପ୍ରେମର ପ୍ରମାଣ ହେଉଛି ହୋଲି ଖେଳ ।

author

Related Articles

Leave a Reply

Your email address will not be published. Required fields are marked *