୨୩ରୁ କାଚିବ ପ୍ରବଳ ବର୍ଷା !

୨୩ରୁ କାଚିବ ପ୍ରବଳ ବର୍ଷା !

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୩ରୁ କାଚିବ ପ୍ରବଳ ବର୍ଷା । ଆଜି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛିା ଏହା ସହ ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ହେବ ବୋଲି ଆକଳନ କରାଯାଉଛିା ଏବଂ ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ବି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି।

author

Related Articles

Leave a Reply

Your email address will not be published. Required fields are marked *