100 ଟଙ୍କାରେ ମିଳିବ 3କେଜି ଆଳୁ

100 ଟଙ୍କାରେ ମିଳିବ 3କେଜି ଆଳୁ

ରାଜ୍ୟରେ ଆଳୁ ସମସ୍ୟା ଲାଗି ରହିଥିବା ବେଳେ ଖାଉଟିଙ୍କ ପାଇଁ ଆସିଛି ଭଲ ଖବର। ୧୦୦ ଟଙ୍କାରେ ୩ କିଲୋ ଆଳୁ ପାଇବେ ଗ୍ରାହକ । ଏଥିପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭୁବନେଶ୍ୱରର ବିଭିନ୍ନ ଡିଲର ମାନଙ୍କୁ ଆଳୁ ଦେବା ଆରମ୍ଭ ହୋଇଛି। ସେମାନେ ସରକାରୀ ଖୁଚୁରା ବିକ୍ରୟ କେନ୍ଦ୍ର ମାଧ୍ୟମରେ ସାଧାରଣ ଲୋକଙ୍କୁ ଆଳୁ ବିକ୍ରି କରିବେ । ଏଥିପାଇଁ ଆଳୁ ଭର୍ତ୍ତି ଟ୍ରକ ଆଇଗଣିଆ ଗୋଦାମରୁ ଆସି ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଛି । ୩ କିଲୋକୁ ୧୦୦ ଟଙ୍କା ଦରରେ ଗ୍ରାହକ ମାନେ ଆଳୁ ପାଇପାରିବେ ।

author

Related Articles

Leave a Reply

Your email address will not be published. Required fields are marked *