14 ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା

14 ତାରିଖରୁ ରାଜ୍ୟରେ ବର୍ଷା ସମ୍ଭାବନା

ରାଜଧାନୀରେ ଧୀରେ ଧୀରେ ଶୀତ ପଡିବା ଆରମ୍ଭ ହୋଇଗଲାଣି । ତେବେ ଶୀତ ଭିତରେ ଆସୁଛି ଏକ ବଡ ବର୍ଷା । ନଭେମ୍ବର ୧୪ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ୧୫ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପୂର୍ବାନୁମାନ କରିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ପରେ ଦିଗ ବଦଳାଇ ୧୬ ତାରିଖ ସୁଦ୍ଧା ଉତ୍ତର ଦିଗକୁ ମୁହାଁଇପାରେ । ଏହା ପ୍ରଭାବରେ ୧୫ରୁ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୬ରୁ ୧୮ ତାରିଖ ଭିତରେ ଉପକୂଳ ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇପାରେ ।

author

Related Articles

Leave a Reply

Your email address will not be published. Required fields are marked *