ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଆସିଲା ବଡ ଖବର । ନୂଆ ହିତାଧିକାରୀ ଏବଂ କୌଣସି କାରଣରୁ ବାଦ ପଡିଥିବା ହିତାଧିକାରୀଙ୍କୁ ଆସନ୍ତା 18 ତାରିଖ ଭିତରେ ସୁଭଦ୍ରା ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି । ତେବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ କହିବା ମୁତାବକ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ । ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ । ୨୫୦ କୋଟିରୁ ଅଧିକ ଟଙ୍କା ଆକାଉଣ୍ଟକୁ ଯିବ । ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ତେବେ ଏଠାରେ କହି ରଖିବାକୁ ଚାହିଁବୁ କି ନୂଆ ବର୍ଷ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଥିଲେ କି ଏକାସଙ୍ଗରେ ନୂଆବର୍ଷରେ ନୂଆ ହିତାଧିକାରୀମାନେ ଦୁଇଟି କିସ୍ତି ଟଙ୍କା ପାଇବେ । ସୁଭଦ୍ରା ପୋର୍ଟାଲ ଖୋଲାଯାଇଛି ଏବଂ 21 ବର୍ଷ ଯାହାକୁ ହେଲା ସେମାନେ ଆପେ ଆପେ ଏହି ଯୋଜନାରେ ଯୋଡି ହେଉଛନ୍ତି । ସମସ୍ତେ କିପରି ସୁଭଦ୍ରା ଟଙ୍କା ପାଇବେ ସେଥିପାଇଁ ବିଭାଗ କାମ କରୁଛି । ତେବେ ବର୍ତ୍ତମାନ ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ/ଦ୍ୱିତୀୟ କିସ୍ତି ପାଇଛନ୍ତି ।
You can share this post!
author
Related Articles
ତେଜିବାରେ ଲାଗିଛି ବରଗଡ ରାଜନୀତି…
- February 9, 2026
ବିଦ୍ୟୁତ କର୍ମଚାରୀଙ୍କ ଆନ୍ଦୋଳନ …
- February 9, 2026
