25ରେ ଓଡିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା

25ରେ ଓଡିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା

ବାଜିସାରିଛି ବିଗୁଲ । ଜମୁଛି ପ୍ରଚାର ମଇଦାନ । ସରଗରମ ଓଡିଶା ରାଜନୀତି । ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ଏପ୍ରିଲ ୨୫ ତାରିଖରେ ସୋନପୁର ଗସ୍ତରେ ଆସୁଛନ୍ତି ଶାହା । ଓଡିଶା ଆସି ସୋନପୁରରେ କରିବେ ହାଇଭୋଲଟେଜ ପ୍ରଚାର । ତେବେ ୨୫ ତାରିଖ ଅପରାହ୍ନରେ ଏକ ବିଶାଳ ଜନସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧିତ କରିବେ ଶାହା । ବଲାଙ୍ଗିର ଲୋକସଭା ନିର୍ବାଚନ ମଣ୍ଡଳୀରେ ସୋନପୁର ଆସୁଥିବା ବେଳେ ଏହି ସଂସଦୀୟ କ୍ଷେତ୍ରରେ ସଂଗୀତା ସିଂହ ଦେଓଙ୍କୁ ସାଂସଦ ପ୍ରାର୍ଥୀ କରିଛି ଦଳ ।ସେହିପରି ସୋନପୁର ବିଧାନସଭା କ୍ଷେତ୍ରରୁ ପ୍ରମୋଦ ମହାପାତ୍ରଙ୍କୁ ମିଳିଛି ଟିକେଟ । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନିର୍ବାଚନରେ ବିଜୟୀ ହେବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଅମିତ ଶାହା । ଏଥିସହ ଭୁବନେଶ୍ୱରରେ ଦଳର ରାଜ୍ୟ ନେତୃତ୍ୱଙ୍କୁ ଭେଟି ରଣନୀତି ସମ୍ପର୍କରେ ଆଲୋଚନା କରିବେ ।

author

Related Articles

Leave a Reply

Your email address will not be published. Required fields are marked *