6 ସପ୍ତାହ ପରେ ଅଭିଯୋଗ ଶୁଣିଲେ ମୋହନ

6 ସପ୍ତାହ ପରେ ଅଭିଯୋଗ ଶୁଣିଲେ ମୋହନ

୬ ସପ୍ତାହ ପରେ ଆଜି ପୁଣି ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଅହେତୁକ ଭିଡ଼କୁ ଦୃଷ୍ଟିରେ ରଖି କେବଳ ଅନଲାଇନରେ ପଞ୍ଜିକରଣ କରିଥିବା ଲୋକମାନେ ହିଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରିବେ। ମୋଟ ହଜାରେ ଜଣ ଅନଲାଇନରେ ପଞ୍ଜିକରଣ କରିଛନ୍ତି। ଆଜି ସେମାନଙ୍କର ହିଁ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ। ଦୀର୍ଘ ୧୬ ବର୍ଷ ପରେ ଜୁଲାଇ ୨ ତାରିଖରେ ଖୋଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ପ୍ରକୋଷ୍ଠରେ ବସି ଲୋକଙ୍କ ଅଭିଯୋଗ ଶୁଣିଥିଲେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ୧୫୫୦ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପ୍ରତିଶ୍ରୁତି ପାଇବା ପରେ ଉତ୍ସାହିତ ହୋଇଥିଲେ ଅଭିଯୋଗକାରୀ।

author

Related Articles

Leave a Reply

Your email address will not be published. Required fields are marked *