ଆଦିବାସୀଙ୍କ ଜମି ହସ୍ତାନ୍ତର ନିଷ୍ପତ୍ତି ପ୍ରତ୍ୟାହୃତ

ଆଦିବାସୀଙ୍କ ଜମି ହସ୍ତାନ୍ତର ନିଷ୍ପତ୍ତି ପ୍ରତ୍ୟାହୃତ

ଆଦିବାସୀଙ୍କ ଜମି ହସ୍ତାନ୍ତର ନିଷ୍ପତ୍ତି ପ୍ରତ୍ୟାହୃତ ସୂଚନା। କ୍ୟାବିନେଟରେ ନିଆଯାଇଥିବା ଏହି ନିଷ୍ପତ୍ତିକୁ ପ୍ରତ୍ୟାହୃତ କରାଯାଇଥିବା ସୂଚନା ମିଳିଛି। ଏନେଇ ବିଧିବଦ୍ଧ ଘୋଷଣା କରିନାହାନ୍ତି ସରକାର। ଗତ ୨ ଦିନ ହେବ ଆଦିବାସୀଙ୍କ ଜମି ହସ୍ତାନ୍ତରକୁ ନେଇ ହୋଇଥିବା କ୍ୟାବିନେଟ ନିଷ୍ପତ୍ତିକୁ ନେଇ ଗୃହରେ ବିରୋଧ କରିଥିଲେ ବିରୋଧୀ । ଗୃହର ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ ଉଭୟ ବିଜେପି ଓ କଂଗ୍ରେସର ସଦସ୍ୟ । ସୂଚନା ଅନୁସାରେ ଆଦିବାସୀ ଜମି ବିକ୍ରି ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିବାର ୪୮ ଘଣ୍ଟା ପରେ ରୋକ୍ ଲାଗିଥିଲା । ଗତ ୧୪ ତାରିଖରେ ଆଦିବାସୀଙ୍କ ଜମି ହସ୍ତାନ୍ତର ପ୍ରସ୍ତାବରେ କ୍ୟାବିନେଟର ମଞ୍ଜୁରୀ ମିଳିଥିଲା । ଆଦିବାସୀମାନେ ଅଣ ଆଦିବାସୀଙ୍କୁ ଜମି ହସ୍ତାନ୍ତର କରିବା ସହ ଶିକ୍ଷା, ଶିଳ୍ପ ଓ ବ୍ୟବସାୟ ପାଇଁ ବ୍ୟାଙ୍କରେ ଜମିକୁ ବନ୍ଧକ ରଖିପାରିବେ ବୋଲି ପ୍ରସ୍ତାବରେ ଉଲ୍ଲେଖ ଥିଲା। ବିରୋଧୀଙ୍କ କଡା ବିରୋଧ ପରେ ଏନେଇ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଟ୍ୱିଟ୍ କରି ଏହି କ୍ୟାବିନେଟ ନିଷ୍ପତ୍ତିକୁ ସ୍ଥଗିତ କରାଯାଇଥିବା ସୂଚନା ଦେଇଥିଲେ ।

author

Related Articles

Leave a Reply

Your email address will not be published. Required fields are marked *