ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ଲକ୍ଷ୍ମୀନୃସିଂହ ବେଶ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଆଜି ଲକ୍ଷ୍ମୀନୃସିଂହ ବେଶ

ଆଜି କାର୍ତ୍ତିକ ମାସ ମହାପଞ୍ଚୁକର ଚତୁର୍ଥ ଦିନ । ଏହା ସହ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଆଜି ବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସୁସଜ୍ଜିତ କରାଯାଇଥାଏ। ଅବକାଶ ନୀତି ବଢ଼ିବା ପରେ ମହାପ୍ରଭୁଙ୍କୁ ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯିବ। ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ବେଶ ଦେଖିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହେବାର ସମ୍ଭାବନା ରହିଛି।ଯେତେବେଳେ ଇନ୍ଦ୍ରଦ୍ୟୁମ୍ନ ମହାରାଜ ଦାରୁଦେବତାଙ୍କୁ ପ୍ରଥମେ ଦର୍ଶନ କରିଥିଲେ, ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ । ସେହି ସ୍ମୃତିରେ ମହାକାର୍ତ୍ତିକ ପଞ୍ଚୁକର ଚର୍ତୁଦ୍ଦଶୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ବେଶ ଅନୁଷ୍ଠିତ ହୋଇ ଆସୁଅଛି । ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଅଶେଷ ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।

author

Related Articles

Leave a Reply

Your email address will not be published. Required fields are marked *