ଆସନ୍ତା ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । କାର୍ତ୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠାରୁ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଏହାରି ଭିତରେ ସ୍କାନିଂ ମେସିନ୍ ଏଏସଆଇ ପାଖରେ ପହଁଚିଥିବା ସୂଚନା ମିଳିଛି । ଲେଜର ସ୍କାନିଂ ପାଇଁ ଏଏସଆଇକୁ ସବୁପ୍ରକାର ସହଯୋଗ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
You can share this post!
author
Related Articles
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024
ଓଡ଼ିଶା ଫୋଟ ଏକ୍ସପୋ 2024ଉଦଘାଟିତ
- September 28, 2024
ତହସିଲଦାରଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ପ୍ରତିବାଦ
- September 28, 2024