ଆସନ୍ତା କାଲିଠାରୁ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ

ଆସନ୍ତା କାଲିଠାରୁ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଲେଜର ସ୍କାନିଂ ପାଇଁ ଏଏସଆଇ କୁ ଅନୁମତି ଦିଆଯାଇଛି | ଆସନ୍ତାକାଲିଠୁ ଆରମ୍ଭ ହେବ ରତ୍ନଭଣ୍ଡାରର ଲେଜର ସ୍କାନିଂ। ଯେ କୌଣସି ସମୟରେ ଲେଜର ସ୍କାନିଂ କରିପାରିବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ | କାର୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠୁ ସ୍କାନିଂ କରିିବାକୁ ନିଷ୍ପତ୍ତିି ନିଆଯାଇଥିଲା । ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବାର ସୂଚନା ରହିଛି । ସେହିପରି ଭରା ବନ୍ଧା ସରିଥିବା ବେଳେ ଖୁବ୍ଶୀଘ୍ର ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ ହେବ |

author

Related Articles

Leave a Reply

Your email address will not be published. Required fields are marked *