ଗୋଟିଏ ଆଧାର କାର୍ଡରେ କିଣିପାରିବେ 9ଟି ସିମ କାର୍ଡ

ଗୋଟିଏ ଆଧାର କାର୍ଡରେ କିଣିପାରିବେ 9ଟି ସିମ କାର୍ଡ

ଏଣିକି ସିମକାର୍ଡ କିଣିବା ପାଇଁ ଲାଗୁ ହେବ ନୂଆ ନିୟମ । ଏହି ନିୟମ ଡିସେମ୍ବର ୧ରୁ ଲାଗୁହେବ ।  ସିମ ଡିଲର ଓ ସିମ ଗ୍ରାହକଙ୍କ ପାଇଁ ଏହି ନୂଆ ନିୟମ ଲାଗିବ । ଡିସେମ୍ବର ୧ରୁ ସିମକାର୍ଡ ଡିଲରଙ୍କୁ ପୋଲିସ ଓ ବାୟୋମେଟ୍ରିକ ଯାଞ୍ଚ ସହ ପଞ୍ଜୀକରଣ କରିବାକୁ ପଡିବ । ବ୍ୟବସାୟୀଙ୍କ ପୋଲିସ ଯାଞ୍ଚର ସମ୍ପୂର୍ଣ୍ଣ ଦାୟିତ୍ୱ ଟେଲିକମ ଅପରେଟରଙ୍କ ଉପରେ ରହିବ । ନିୟମ ଭାଙ୍ଗିଲେ ୧୦ଲକ୍ଷ ଟଙ୍କା ଜୋରିମାନା ଦେବାକୁ ପଡିବ । ସେହିପରି ଜଣେ ଗ୍ରାହକ ଗୋଟିଏ ଆଧାର ପରିଚୟ ପତ୍ରରେ କେବଳ ୯ଟି ସିମ କାର୍ଡ କିଣିପାରିବେ । ସିମ କିଣିବା ପାଇଁ କ୍ୟୁଆର କୋର୍ଡ ସ୍କନ ସହ ଡେମୋଗ୍ରାଫି ତଥ୍ୟ ଦେବାକୁ ପଡିବ ।ଯଦି ଆପଣ ବ୍ୟବହାର କରୁଥିବା ସିମ କାର୍ଡ ବନ୍ଦ କରିଦେବେ ତେବେ ୯୦ଦିନ ଭିତରେ ଏହି ସିମ ଅନ୍ୟଜଣେ ଗ୍ରାହକଙ୍କୁ ଦିଆଯିବ ।

author

Related Articles

Leave a Reply

Your email address will not be published. Required fields are marked *