ଘଟଗାଁ ଦୁର୍ଘଟଣା :ମୃତାହତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଘଟଗାଁ ଦୁର୍ଘଟଣା :ମୃତାହତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

କେନ୍ଦୁଝର ଜିଲ୍ଲା ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟଣା । ସମସ୍ତ ମୃତାହତଙ୍କୁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ମୃତକଙ୍କ ପରିବାରକୁ ୩ ଲକ୍ଷ୍ୟ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ୨୨ ଜଣ ଯାତ୍ରୀ ଏକ ଟାଟା ଉଇଙ୍ଗରରେ ଘଟଗାଁ ତାରିଣୀ ଦର୍ଶନ ପାଇଁ ଯାଉଥିଲେ । ହେଲେ କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ ବାଲିଗୋଡି ଗାଁ ନିକଟରେ ଦୁର୍ଘଟଣା ଘଟିଥିଲା । ଟାଟା ଉଇଙ୍ଗରଟି ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଯାହାଫଳରେ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏ ସମ୍ପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ଯୋଗେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏହା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ୍ୟ ଟଙ୍କା ସହାୟତା ରାଶି ଘୋଷଣା କରିବା ସହ ଆହତମାନଙ୍କ ମାଗଣା ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *