ତେଲେଙ୍ଗାନାରେ ଆରମ୍ଭ ହେଲା ରେବନ୍ଥ ରାଜ

ତେଲେଙ୍ଗାନାରେ ଆରମ୍ଭ ହେଲା ରେବନ୍ଥ ରାଜ

ତେଲେଙ୍ଗାନାରେ ଆଜିଠୁ ଆରମ୍ଭ ହେଲା ରେବାନ୍ତ ରାଜ୍ । ନୂଆ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି ରେବାନ୍ତ ରେଡ୍ଡୀ । ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଏହି ଭବ୍ୟ କାର‌୍ୟ୍ୟକ୍ରମର ଆୟୋଜନ ହୋଇଛି । ଏହି କାର‌୍ୟ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେବନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର‌୍ୟ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ତମାମ କଂଗ୍ରେସ ନେତା ଉପସ୍ଥିତ ରହିଥିଲେ ।


ରେବନ୍ତ ରେଡ୍ଡୀ ତେଲେଙ୍ଗାନା ପ୍ରଦେଶ କଂଗ୍ରେସର ସଭାପତି ଥିଲେ । ଆଉ ଏବେ ସେ ରାଜ୍ୟର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ୨୦୧୩ ମସିହାରେ ତେଲେଙ୍ଗାନା ପ୍ରଦେଶ ଗଠନ ହେବା ପରେ ପ୍ରଥମ ଥର ପାଇଁ ଏଠି କଂଗ୍ରେସ ସତ୍ତା ହାସଲ କରିଛି । ଆଉ କେସିଆରଙ୍କ ପରେ ମୁଖ୍ୟମନ୍ତ୍ରୀ ଭାବେ ତେଲେଙ୍ଗାନାର ଦାୟିତ୍ୱ ନେଇଛନ୍ତି ରେବନ୍ତ ରେଡ୍ଡୀ । ଏଥିସହିତ ଭଟ୍ଟି ବିକ୍ରମାର୍କ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରେବନ୍ତ ରେଡ୍ଡୀଙ୍କ ସହିତ ୧୧ ଜଣ ମନ୍ତ୍ରୀ ଆଜି ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *