ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦୁନିଆର ସବୁଠାରୁ ଚର୍ଚ୍ଚିତ ଲୋକପ୍ରିୟ ନେତା ହେଉଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆମେରିକାର କନସଲଟାନ୍ସି ଫର୍ମ ‘ମର୍ଣ୍ଣିଂ କନସଲ୍ଟ’ର ସର୍ଭେରେ ଏହା ସାମ୍ନାକୁ ଆସିଛି । ସର୍ଭେରେ ମୋଦୀଙ୍କୁ ୭୬ ପ୍ରତିଶତ ଆପ୍ରୁଭାଲ ରେଟିଂ ମିଳିଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ତାଲିକାର ଦ୍ୱିତୀୟ ସ୍ଥାନରେ ଅଛନ୍ତି ମେକ୍ସିକୋ ରାଷ୍ଟ୍ରପତି ଆନ୍ଦ୍ରେସ ମାନୁଏଲ ଲୋପେଜ ଓବ୍ରାଡର୍ । ସେ ୬୬ ପ୍ରତିଶତ ଆପ୍ରୁଭାଲ ରେଟିଂ ସହ ଦୁନିଆର ଦ୍ୱିତୀୟ ଲୋକପ୍ରିୟ ନେତା ହୋଇଛନ୍ତି । ଏହା ପରେ ସ୍ୱିଜରଲାଣ୍ଡର ରାଷ୍ଟ୍ରପତି ଆଲେନ୍ ବର୍ସେଟ୍ ୫୮ ପ୍ରତିଶତ ଓ ବ୍ରାଜିଲ ରାଷ୍ଟ୍ରପତି ଲୁଇଜ୍ ଇନାସିଓ ଲୁଲା ଦା ସିଲଭା ୪୯ ପ୍ରତିଶତ ରେଟିଂ ପାଇଛନ୍ତି । ଅଷ୍ଟ୍ରେଲିଆର ଆନ୍ଥୋନୀ ଅଲବାନିଜ୍ ତାଲିକାର ପଂଚମ ସ୍ଥାନରେ ରହିଛନ୍ତି । ଆଶ୍ଚର୍ଯ୍ୟକର କଥା ହେଉଛି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୩୭ ପ୍ରତିଶତ ସହ ଅଷ୍ଟମ ସ୍ଥାନରେ ରହିଛନ୍ତି । ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକ ୨୫ ପ୍ରତିଶତ ରେଟିଂ ପାଇଛନ୍ତି । ଗତ କିଛି ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ତାଲିକାର ଶୀର୍ଷରେ ରହିଆସିଛନ୍ତି । ବିଶ୍ୱର ୨୨ ଜଣ ନେତାଙ୍କ ଉପରେ କରାଯାଇଥିବା ସର୍ଭେକୁ ଆଧାର କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି । ୨୦୨୩ ମସିହା ସେପ୍ଟେମ୍ବର ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ହୋଇଥିବା ତଥ୍ୟ ଅନୁସାରେ, ଏହି ତାଲିକାରେ ମାତ୍ର ୧୮ ପ୍ରତିଶତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଡିସଆପ୍ରୁଭାଲ ବା ନାପସନ୍ଦ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *