ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିସେମ୍ବର ଶେଷ ସୁଦ୍ଧା ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି । ଡିସେମ୍ବର ୨୪ ତାରିଖରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସୁଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିବା ବେଳେ ପୂରା କାର‌୍ୟ୍ୟସୂଚୀ ନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ତେବେ ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ନେଇ ସୂଚନା ମିଳିଛି । ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ସୂଚନା ଦେଇଛନ୍ତି ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ପଶ୍ଚିମ ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆସୁଥିବା ଖବର ସାମ୍ନାକୁ ଆସିବା ପରେ ଏହାର ରାଜନୈତିକ ଗୁରୁତ୍ୱ ଯଥେଷ୍ଟ ଅଧିକ ବଢିଯାଇଛି । କାରଣ ପଶ୍ଚିମ ଓଡ଼ିଶା ବିଜେପିର ଗଡ ଭାବେ ପରିଚିତ । ଗତ ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ଅଧିକ ସଂଖ୍ୟକ ବିଜେପି ସାଂସଦ ନିର୍ବାଚିତ ହୋଇଥିଲେ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ମୋଦିଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ବିଜେପି ଶିବିର ବେଶ ଉତ୍ସାହିତ । ମୋଦିଙ୍କ ଓଡ଼ିଶା ଗସ୍ତ ପରେ ଅନ୍ୟ କେନ୍ଦ୍ର ନେତୃତ୍ୱ ମଧ୍ୟ ଡିସେମ୍ବରରୁ ଜାନୁଆରୀ ମଧ୍ୟରେ ଓଡ଼ିଶା ଆସିପାରନ୍ତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ମଧ୍ୟ ଓଡ଼ିଶା ଗସ୍ତରେ ଆସିବା ନେଇ କାର‌୍ୟ୍ୟକ୍ରମ ରହିଥିବା ସୂଚନା ଦେଇଛନ୍ତି ମୋହନ ମାଝୀ ।

author

Related Articles

Leave a Reply

Your email address will not be published. Required fields are marked *