ଦଶରଥ ଓ କୌଶଲ୍ୟାଙ୍କୁ ପିଣ୍ଡଦାନ କଲେ ମହାପ୍ରଭୁ

ଦଶରଥ ଓ କୌଶଲ୍ୟାଙ୍କୁ ପିଣ୍ଡଦାନ କଲେ ମହାପ୍ରଭୁ

ଆଜି ହେଉଛି ଦେବ ଦୀପାବଳୀ ର ତୃତୀୟ ବା ଶେଷ ଦିନ। ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି । ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ପ୍ରଦାନ କରିଥିଲେ ମହାପ୍ରଭୁ । ତେବେ ଗତକାଲି ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେବା ସହ ଆଜି ତୃତୀୟ ଦିନ ଅର୍ଥାତ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି।

author

Related Articles

Leave a Reply

Your email address will not be published. Required fields are marked *