ରାଉରକେଲାରେ ଆତଙ୍କ ଖେଳାଇଛି ଡାଇରିଆ, ଗଲାଣି ୯ ଜଣଙ୍କ ଜୀବନ

ରାଉରକେଲାରେ ଆତଙ୍କ ଖେଳାଇଛି ଡାଇରିଆ । ଡାଇରିଆରେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଡାଇରିଆରେ ୯ ଜଣଙ୍କର ଜୀବନ ଗଲଣି। ଏବେ ଜିଲ୍ଲାର ସରକାରୀ ହସ୍ପିଟାଲ ସମେତ ବିଭିନ୍ନ ଘରୋଇ ହସ୍ପିଟାଲରେ ଆକ୍ରାନ୍ତ ମାନେ ଭର୍ତ୍ତି ହୋଇଛନ୍ତି । ସରକାରୀ ହସ୍ପିଟାଲରେ କେବଳ ୧୦୦ରୁ ଅଧିକ ଚିକିତ୍ସାଧୀନ ଥିବା ଜଣାପଡିଛି । ଦିନକୁ ଦିନକୁ ସ୍ଥିତି ବିଗୁଡ଼ୁଥିବାରୁ ସଂକ୍ରମଣ ରୋକିବାକୁ ତତ୍ପର ହୋଇଛି ଉଭୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ । ରାଉରକେଲା ମହାନଗର ନିଗମ୍ ପକ୍ଷରୁ ୧୨ଟି ସ୍ୱାସ୍ଥ୍ୟଟିମ୍ ଗଠନ କରାଯାଇଛି । ପ୍ରତ୍ୟେକ୍ ଟିମ୍ ବସ୍ତି ଓ କଲୋନି ବୁଲି ଲୋକମାନଙ୍କୁ ସଚେତନ କରାଇବା ସହ ଔଷଧ ବଂଟନ କରୁଛନ୍ତି ଓ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି । ଦରକାର ପଡ଼ିଲେ ସଂକ୍ରମଣ ରୋଗୀଙ୍କୁ ଡାକ୍ତରଖାନାକୁ ପଠାଇବାର ବ୍ୟବସ୍ଥା କରୁଛନ୍ତି । ପାନପୋଷ ଉପଜିଲ୍ଲାପାଳ ବିଜୟ ନାୟକଙ୍କ ନେତୃତ୍ୱରେ ଗଠିତ ଟିମ୍ ସହରର ବିଭିନ୍ନ ବସ୍ତି ଓ କଲୋନି ପାଇପ ଯୋଗେ ଯୋଗାଣ ହେଉଥିବା ପାଣିର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧରଣୀ ରଞ୍ଜନ ଶତପଥୀ କହିଛନ୍ତି, ଖାଦ୍ୟ କିମ୍ବା ପାଣିରୁ ବ୍ୟାପୁଛି କି ନାହିଁ ସ୍ପଷ୍ଟ ହୋଇନି ।

author

Related Articles

Leave a Reply

Your email address will not be published. Required fields are marked *