ଫ୍ରାନ୍ସରେ ଅଟକିଲା ଭାରତୀୟ ବିମାନ

ଦୁବାଇରୁ ଭାରତୀୟଙ୍କୁ ନେଇ ନିକାରାଗୁଆ ଯାଉଥିବା ଏକ ଚାର୍ଟର ବିମାନକୁ ଫ୍ରାନ୍ସଠାରେ ଫ୍ରାନ୍ସର ପୋଲିସ ମାନେ ଅଟକାଇଛନ୍ତି । ସୂଚନା ଅନୁଯାୟୀ ମାନବଚାଲାଣ ନେଇ ଗୁଇନ୍ଦା ରିପୋର୍ଟ ଆଧାରରେ ଫ୍ରାନ୍ସ ଏହି ବିମାନକୁ ଅଟକାଇଛି । ଫ୍ରାନ୍ସ ପୋଲିସ ଭାତ୍ରେଠାରେ ଥିବା ଏକ କ୍ଷୁଦ୍ର ବିମାନବନ୍ଦରରେ ବିମାନକୁ ଅବତରଣ କରିବାକୁ ବାଧ୍ୟ କରିଥିଲା । ବିମାନ ଯାତ୍ରୀଙ୍କ ବିଶ୍ରାମ ପାଇଁ ବନ୍ଦରର ଅଭ୍ୟର୍ଥନା ପ୍ରକୋଷ୍ଠରେ ବ୍ୟବସ୍ଥା କରାଯାଇଛି । ଅଟକ ଥିବା ବିମାନ ସମ୍ପର୍କରେ ଭାରତୀୟ ଦୂତାବାସକୁ ଫ୍ରାନ୍ସ କର୍ତୃପକ୍ଷ ତଥ୍ୟ ପ୍ରଦାନ କରିବା ସହ ମାନବ ଚାଲାଣ ମାମଲାରେ ତଦନ୍ତ ପାଇଁ ସହାୟତା ମାଗିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *