ନିଯୁକ୍ତ ହେଲେ ଭୁବନେଶ୍ୱର ପାଣିପାଗ ବିଭାଗର ନୂଆ ନିର୍ଦ୍ଦେଶକ । ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମନୋରମା ମହାନ୍ତିଙ୍କୁ ପଦୋନ୍ନତି ସହ ଏହି ନୂଆ ନିଯୁକ୍ତି ମିଳିଛି । ସେହିପରି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର କୋଲକାତାକୁ ବଦଳି କରାଯାଇଛି । ମନୋରମା ମହାନ୍ତିଙ୍କ ଘର ଓଡ଼ିଶାରେ । ଉକ୍ରଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରୁ ସ୍ନାତକୋତର ହାସଲ ପରେ ଭାରତୀୟ ପାଣିପାଗ ବିଭାଗରେ ଯୋଗଦେଇଥିଲେ । ଆରବ ସାଗର ଇତିହାସରେ ସବୁଠାରୁ ଶକ୍ତିଶାଳୀ ବାତ୍ୟା ‘ତାଉତେ’ ଓ ‘ବିପର୍ୟ୍ୟୟର’ ସଠିକ୍ ଗତିପଥ ଓ ତୀବ୍ରତା ଆକଳନ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇଥିଲା ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପୁଣି ବଦଳିଲା ବିଜେଡିର ରଣନୀତି
- September 28, 2024