ଆହୁରି କଲବଲ କରିବ କୁହୁଡି, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆହୁରି କଲବଲ କରିବ କୁହୁଡି, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆହୁରି କଲବଲ କରିବ କୁହୁଡି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ କୁହୁଡିର ପ୍ରଭାବ । ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଘନ କୁହୁଡି ଅନୁଭୂତ ହେବ । ଏଥିପାଇଁ ଗାଡି ଚାଳକଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଏହା ସହ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଓ ୬ ତାରିଖରେ ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିବା ସମ୍ଭାବନା ରହିଛି ।

author

Related Articles

Leave a Reply

Your email address will not be published. Required fields are marked *