ଆଜି ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଆଜି ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ଆଉ ଦିନ କେଇଟା ବାକି ଥିବା ବେଳେ ଆଜି ସରିବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଆସନ୍ତାକାଲି ଏହାର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବ ସାରା ଦେଶ । ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଲୋକାର୍ପଣରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା ହେବ । ସମଙ୍ଗ ବଲ୍ଲଭ ପାର୍କିଂ, ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ, ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ବିଶାଳ ସଭା ପାଇଁ ପ୍ରଶାସନିକ ଆୟୋଜନ କରାଯାଇଛି । ଏଥିପାଇଁ ରାଜ୍ୟ ବାହାର କମ୍ପାନୀକୁ ଜର୍ମାନ ହ୍ୟାଙ୍ଗର ଶିବିର ନିର୍ମାଣ ଦାୟିତ୍ୱ ଦିଆଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୬୦ଟି ବସରେ ଲୋକଙ୍କୁ କାର୍ଯ୍ୟକ୍ରମକୁ ଅଣାଯିବ । ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ସହ ହେଲିପ୍ୟାଡ୍ ମଧ୍ୟ ପ୍ରସ୍ତୁତ କରାଯାଇଛି । ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ପ୍ରକଳ୍ପ ଉଦଘାଟନ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଏବଂ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳା ପାଇଁ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *