ଟ୍ରାଫିକ ପୋଲିସଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା

ଟ୍ରାଫିକ ପୋଲିସଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା

ଭିଜିଲାନ୍ସ ଜାଲରେ ଟ୍ରାଫିକ ପୋଲିସ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ତାଳଚେରର ଟ୍ରାଫିକ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରାଙ୍କ ଗାଡିରୁ ୧୧ ଲକ୍ଷ ରୁ ଅଧିକ ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ । କାରରେ ଭୁବନେଶ୍ୱର ଯିବା ବେଳେ ବାଲିଅନ୍ତା ତ୍ରିନାଥ ବଜାର ନିକଟରେ ଟ୍ରାଫିକ ଇନ୍ସପେକ୍ଟରଙ୍କୁ ଅଟକାଇଥିଲେ ଭିଜିଲାନ୍ସ ଅଧିକାରୀ । ତାଙ୍କ ଗାଡିରୁ ମିଳିଥିବା ନଗଦ ୧୧ ଲକ୍ଷରୁ ଅଧିକ ଟଙ୍କା କେଉଁଠୁ ଆଣିଲେ, ଟଙ୍କା କାହାର, ଟଙ୍କା ନେଇ ସେ କେଉଁଠିକୁ ଯାଉଛନ୍ତି, ତାହାର କୌଣସି ସନ୍ତୋଷ ଜନକ ଉତର ଦେଇପାରିନଥିଲେ । ଏହାପରେ ତାଳଚେରରେ ଥିବା ଭଡା ଘର ଓ ଅସ୍ତରଙ୍ଗରେ ଥିବା ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ ଚାଲିଛି । ଚଢଉ ବେଳେ ତାଳଚେର ସ୍ଥିତ ଭଡା ଘରୁ ନଗଦ  ଟଙ୍କା ସୁନା ଜବତ କରିବା ସହ ତାଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *