ଗଞ୍ଜାମ ଜିଲ୍ଲା ସୋରଡା ଥାନା ବରାଡି ନିକଟ ଡ୍ରାଫ ଠାରେ ଦୁଇ ବାଇକ୍ ମୁହଁମୁହିଁ ଧକ୍କା,5ମୃତ, 1 ଆହତ । ମୃତକ ମାନେ ହେଲେ ରଜନୀ ଗୌଡ଼( ବିଦ୍ୟୁତ ବିଭାଗ କର୍ମଚାରୀ, ସୋରଡ଼ା ),ମହେନ୍ଦ୍ର ନାୟକ( ବିଦ୍ୟୁତ ବିଭାଗ କର୍ମଚାରୀ, ସୋରଡ଼ା ),ଶ୍ରୀକାନ୍ତ ଗୌଡ଼ (ଅସୁରବନ୍ଧ ଗ୍ରାମବାସୀ) , ମନୋଜ ଡାକୁଆ ( ଦୁଲାଡ଼ ଗ୍ରାମ ବାସି ),ଜୟନ୍ତ ବlଡ଼ତ୍ୟା ( ବିଦ୍ୟୁତ ବିଭାଗ କର୍ମଚାରୀ, ସୋରଡ଼ା ),ଗୁରୁତର ଆହତ ହେଲେପୂର୍ଣ୍ଣ ଗୌଡ଼ ( ଦୁଲାଡ଼ ଗ୍ରାମ ବାସି ) । ସୂଚନା ମୁତାବକ ଏକ ବାଇକ୍ ରେ 3 ଜଣ ବସି ଅଶୁରବନ୍ଧ ଠାରୁ ସୋରଡା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ବିଦ୍ୟୁତ୍ ବିଭାଗ ର 3 ଜଣ କର୍ମଚାରୀ ଗୋଟିଏ ସ୍କୁଟି ରେ ଯାଉଥିବା ବେଳେ ବରାଡି ନିକଟ ଡ୍ରାଫ ଠାରେ ମୁହାମୁହିଁ ଧକ୍କା ହୋଇଥିଲା । ବହୁତ୍ ଜୋର୍ ଶବ୍ଦ ଶୁଣି ସ୍ଥାନୀୟ ଲୋକ ମାନେ ବାହାରକୁ ଆସି ସୋରଡା ପୋଲିସ ଓ ଅଗ୍ନିଶମ ବିଭାଗ କୁ ସୂଚନା ଦେଇଥିଲେ । ସୂଚନା ପାଇ ଘଟଣା ସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରି ସୋରଡା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। ସେଠାରେ 4 ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିବା ସହ ଅନ୍ୟ ଦୁଇ ଜଣଙ୍କୁ ପ୍ରାଥମିକ ଚିକିତ୍ସା ଦିଆଯାଇଛି ତଥାପି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ମେଡ଼ିକାଲ କୁ ସ୍ଥାନାନ୍ତର କରାଯାଇଛି ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ….
- November 9, 2024
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା
- November 5, 2024