ଆହୁରି ଖସିବ ପାରଦ; ୨୬ରୁ ପାଗରେ ଆସିବ ପରିବର୍ତ୍ତନ

ଆହୁରି ଖସିବ ପାରଦ; ୨୬ରୁ ପାଗରେ ଆସିବ ପରିବର୍ତ୍ତନ

ରାଜ୍ୟରେ ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ଜାରି ରହିଛି । ଟ୍ୱିନ ସିଟି ଭୁବନେଶ୍ୱର ଓ କଟକ ହାଲୁକା ବର୍ଷାରେ ଭିଜିଛି । କାଲୁଆ ପବନ ସାଙ୍ଗକୁ ବର୍ଷା ପରେ ଥଣ୍ଡା ବଢିଯାଇଛି । ଉତ୍ତର ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଜାରି ରହିଛି । ଆସନ୍ତାକାଲି ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ଲାଗି ରହିବ । ସେପଟେ ବଙ୍ଗୋପସାଗରରେ ଥିବା ଏକ ଗୁରୁଚାପ ପ୍ରଭାବରେ ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ କୁହୁଡି ଦେଖିବାକୁ ମିଳିବ । ୨୬ ତାରିଖ ପରେ ପାଣିପାଗରେ ପରିବର୍ତ୍ତନ ଆସିବା ସହ ରାତି ତାପମାତ୍ରା ସ୍ୱାଭାବିକଠାରୁ ସାମାନ୍ୟ କମ୍ ରହିବା ସମ୍ଭାବନା ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ପରେ ପରବର୍ତି ୩ ଦିନ ମଧ୍ୟରେ ୨ରୁ ୩ଡିଗ୍ରୀ ଯାଏଁ ରାତିର ତାପମାତ୍ରା ଖସିବ ବୋଲି ସୂଚନା ଦେଇଛି ଆଂଚଳିକ ପାଣିପାଗ କେନ୍ଦ୍ର ।

author

Related Articles

Leave a Reply

Your email address will not be published. Required fields are marked *