ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମାଆ ସମଲେଶ୍ୱରୀଙ୍କ ମନ୍ଦିର

ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମାଆ ସମଲେଶ୍ୱରୀଙ୍କ ମନ୍ଦିର

ଆସନ୍ତାକାଲି ସମଲେଇ ପୀଠର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଥିପାଇଁ ସଜେଇ ହେଲାଣି ସମଲେଶ୍ୱରୀ ପୀଠ । ପଶ୍ଚିମ ଓଡିଶାର ଆରାଧ୍ୟ ମା ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ପୁରୀ ପରିକ୍ରମା ପ୍ରକଳ୍ପ ପରେ ଏହା ରାଜ୍ୟ ସରକାରଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ । ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି । ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଦିଆଯାଇଛି ଗୁରୁତ୍ୱ । ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମା’ ସମଲେଶ୍ୱରୀ ମନ୍ଦିର । ରଙ୍ଗ ବେରଙ୍ଗ ଆଲୋକ ମାଳାରେ ସଜେଇ ହୋଇଛି ସମଲେଶ୍ୱରୀ ପୀଠ । ଏହା ପୂର୍ବରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃ୍ଷ୍ଟିରେ ରଖି ସୁରକ୍ଷାବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

author

Related Articles

Leave a Reply

Your email address will not be published. Required fields are marked *