ଟ୍ୱିନିସିଟିରେ ନୂଆ କମିଶନର ହେଲେ ସଞ୍ଜୀବ ପଣ୍ଡା

ଟ୍ୱିନିସିଟିରେ ନୂଆ କମିଶନର ହେଲେ ସଞ୍ଜୀବ ପଣ୍ଡା

ଟ୍ୱିନସିଟିରେ ନୂଆ ପୋଲିସ କର୍ମଚାରୀ ଭାବେ ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *