ଆଜି ଓଡିଶା ଆସୂଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡିଶା ଆସୂଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡିଶା ଆସୂଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିନିକିଆ ସମ୍ବଲପୁର ଗସ୍ତରେ ଆସି ସମ୍ବଲପୁରରେ ନବନିର୍ମିତ ଆଇଆଇଏମର ନୂଆ କ୍ୟାମ୍ପସର ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ । ଏହା ସହ ୬୮ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ ମଧ୍ୟ କରିବେ । ଏଥିସହ ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି । ଏହା ପରେ ରେମେଡରେ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ମୋଦୀ । ଏହି ସମାବେଶର ନାଁ ରହିଛି ‘ବିଶାଳ ଗ୍ୟାରେଣ୍ଟି ସମାବେଶ’ । ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ବେବେ ।

author

Related Articles

Leave a Reply

Your email address will not be published. Required fields are marked *