ବହୁ ଚର୍ଚ୍ଚିତ ଅଭିନେତା ଅନୁଭବ ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲାରେ ଏକ ବଡ ଖବର ସାମ୍ନାକୁ ଆସିଛି । ଅନେକ ବାଦ ବିବାଦ ପରେ ଶେଷରେ ୧୦ ବର୍ଷର ସମ୍ପର୍କରେ କୋର୍ଟ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି । ଉଭୟଙ୍କ ଛାଡପତ୍ର ପାଇଁ ଯେଉଁ ଆଇନଗତ ଲଢେଇ ଚାଲିଥିବା ସେଥିରେ ସାଂସଦ ଅନୁଭବ ମହାନ୍ତିଙ୍କର ବଜୟ ହୋଇଥିବା ସୂଚନା ଦେଇଛନ୍ତି ନିଜେ ଅନୁଭବ ମହାନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ଠାରୁ ଛାଡପତ୍ର ପାଇଁ କୋର୍ଟ ମଞ୍ଜୁରୀ ଦେଇଥିବା ନିଜ ସୋସିଆଲ ମିଡିଆ ସାଇଟ୍ ଏକ୍ସ ରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ, ଏହି ଲଢେଇରେ ଯେଉଁମାନେ ତାଙ୍କ ସହ ଏବଂ ତାଙ୍କ ପରିବାର ସହ ଥିଲେ ସେମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ଅନୁଭବ । ମିଛ ବିବାହର ଯନ୍ତ୍ରଣାରୁ ତାଙ୍କୁ ମୁକ୍ତି ମିଳିଛି । ତଥାପି ବର୍ଷାଙ୍କ ଖୁସି ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛନ୍ତି । ୧୦ ବର୍ଷ ବିବାହ ବାର୍ଷିକୀ ପୂର୍ବରୁ କୋର୍ଟଙ୍କ ଏଭଳି ନିଷ୍ପତ୍ତି ଆସିଥିବାରୁ ସେ ସୋସିଆଲ ମିଡିଆରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ।
You can share this post!
author
Related Articles
ଚିନ୍ତାରେ ବିଜେପି,ନବୀନଙ୍କ କଥାରେ ହଁ ମାରିବେ ରାହୁଲ
- September 28, 2024
ମୁହଁ ଖୋଲିଲେ ବଦ୍ରି …ନବୀନଙ୍କୁ କହିଦେଲେ ବଡ କଥା !
- September 28, 2024
ପ୍ରତିଦିନ ଚକୋଲେଟ ଖାଇଲେ କଣ ମିଳିବ ଫାଇଦା ?
- September 28, 2024