ଆରପାରିରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ

ଆରପାରିରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ

ଆରପାରିରେ ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ । 87 ବର୍ଷ ବୟସରେ ସେ ଦେହତ୍ୟାଗ କରିଛନ୍ତି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ମୃତ୍ୟୁ ହୋଇଛି । ସେ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଥିଲେ । ଗତ କିଛି ଦିନ ହେବ ସ୍ୱାସ୍ଥ୍ୟବସ୍ଥା ବିଗିଡିବା କାରଣରୁ ହସ୍ପିଟାଲରେ ତାଙ୍କୁ ଭର୍ତି କରାଯାଇଥିଲା । ଗତକାଲି ମୁଖ୍ୟମନ୍ତ୍ରୀ ଚେନ୍ନାଇ ଗସ୍ତରେ ଯାଇ ଭି. ସୁଜ୍ଞାନୀ କୁମାରୀ ଦେଓଙ୍କୁ ହସ୍ପିଟାଲରେ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହିତ ସୁସ୍ଥତା କାମନା କରିଥିଲେ । ପରେ ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସେ ଖଲିକୋଟରୁ ୮ ଥର ଓ କବିସୂର୍ଯ୍ୟନଗରରୁ ୨ ଥର ନିର୍ବାଚିତ ହୋଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *