ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଏଭିବିପି

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ଏଭିବିପି

ମ୍ୟାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସଭବନ ଘେରାଉ କରିଛି ଏବିଭିପି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଏବିଭିପି । ଏବିଭିପିର କର୍ମକର୍ତ୍ତା ଏକାଠି ହୋଇ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୋଲିସ ଏବିଭିପି କର୍ମୀଙ୍କୁ ଅଟକାଇଥିଲେ । ଫଳରେ କିଛି ସମୟ ପାଇଁ ପୋଲିସ ଓ ଏବିଭିପି କର୍ମକର୍ତ୍ତାଙ୍କ ମଧ୍ୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହାପରେ ପୋଲିସ ଏବିଭିପି କର୍ମୀଙ୍କୁ ଉଠାଇ ନେଇଛି ।

author

Related Articles

Leave a Reply

Your email address will not be published. Required fields are marked *