ଆଜିଠାରୁ ମିଳିବ ବିଏସକେୱାଇ ନବୀନ କାର୍ଡ

ଆଜିଠାରୁ ମିଳିବ ବିଏସକେୱାଇ ନବୀନ କାର୍ଡ

ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡିଶା ସରକାରଙ୍କ ବିଏସକେୱାଇ ନବୀନ କାର୍ଡ ପନ୍ଥା । ଆଜିଟାରୁ ଏହି କାର୍ଡ ବଣ୍ଟନ କରାଯିବ । ରାଜ୍ୟର ପ୍ରତି ବ୍ଲକସ୍ତରରେ ୧୦୦ଟି ଲେଖାଏଁ କାର୍ଡ ବଣ୍ଟାଯିବା ଲାଗି ବ୍ୟବସ୍ଥା ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବେ । ପ୍ରଥମେ ଖୋର୍ଦ୍ଦା ଓ ସମ୍ୱଲପୁରରେ ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରାଯିବ । ଏହି କାର୍ଡ ପାଇଁ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୮୧ ହଜାର ୪୮୧ ହିତାଧିକାରୀ ଆବେଦନ କରିଛନ୍ତି । ସେମାନଙ୍କ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି ।ଡିଆରଡିଏ ଅଧିକାରୀ ଚୟନ ହୋଇଥିବା ହିତାଧିକାରୀଙ୍କ ପରିଚୟପତ୍ର ଯାଞ୍ଚ କରିବା ପରେ କାର୍ଡ ବଣ୍ଟନ କରାଯିବ ।

author

Related Articles

Leave a Reply

Your email address will not be published. Required fields are marked *