୫୦୦ ଟଙ୍କା ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ…..

୫୦୦ ଟଙ୍କା ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କ ବୈଠକ ଦେୟ…..

 ଉପକୃତ ହେବେ ୧,୨୬,୦୧୦ କର୍ମକର୍ତ୍ତା, ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ହେବ ଲାଗୁ ।

ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି। ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *