ଓଡ଼ିଶାକୁ ତୃତୀୟ ବନ୍ଦେ ଭାରତ…

ଓଡ଼ିଶାକୁ ତୃତୀୟ ବନ୍ଦେ ଭାରତ…

ରେଳବାଇ ଭିତ୍ତିଭୂମିର ଅଭିବୃଦ୍ଧି ଓ ଭାରତୀୟ ରେଳ ସଂଯୋଗୀକରଣ ପ୍ରକ୍ରିୟାର ବୃଦ୍ଧି କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ସାରା ଦେଶରେ ୨୭୪ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ୮୫ ହଜାର କୋଟି ଟଙ୍କାର ୬ ହଜାର ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହା ସହ ୧୦ଟି ବନ୍ଦେ ଭାରତ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହା ଭିତରେ ରହିଛି ପୁରୀ- ବିଶାଖାପାଟଣା ବନ୍ଦେ ଭାରତର ଟ୍ରେନ୍ ।

 ପୁରୀ- ବିଶାଖାପାଟଣା ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ୍ ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ରୋଡ୍ ଓ ବିଜୟନଗରମଠାରେ ରହିବ । ଶନିବାରକୁ ଛାଡ଼ି ଅନ୍ୟ ସମସ୍ତ ଦିନ ଏହି ଟ୍ରେନ ଚାଲିବ । ସେହିପରି ଖୋର୍ଦ୍ଧା ରୋଡ ଷ୍ଟୋସନରେ ଏକ ଜନ ଔଷଧୀ କେନ୍ଦ୍ରର ମଧ୍ୟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ।

author

Related Articles

Leave a Reply

Your email address will not be published. Required fields are marked *