ପଦ୍ମ ବିଜେତାଙ୍କୁ ମିଳିବ 25 ହଜାର

ପଦ୍ମ ବିଜେତାଙ୍କୁ ମିଳିବ 25 ହଜାର

ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଘୋଷଣା କରୁଛନ୍ତି । ପଦ୍ମ ବିଜେତାଙ୍କୁ ମାସକୁ 25 ହଜାର ଟଙ୍କା ମିଳିବ । ଏ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚଳିତ ବର୍ଷ ଏପ୍ରିଲ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି ।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ ।

author

Related Articles

Leave a Reply

Your email address will not be published. Required fields are marked *