ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତ ଅନୁଷ୍ଠିତ ହେବ । ଫାଲଗୁନ ଚୈତ୍ର ମାସ କୃଷ୍ଣ ଦ୍ୱିତୀୟ ତିଥିରେ ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର‌୍ୟ୍ୟନ୍ତ ୪ ଘଣ୍ଟା ପାଇଁ ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

author

Related Articles

Leave a Reply

Your email address will not be published. Required fields are marked *