ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ….

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ….

ବଖାଣିଲେ ସମୃଦ୍ଧ ଓଡିଶାର ଗାଥା ।ଓଡ଼ିଶାବାସୀ ତଥା ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଶା ତାର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ଓଡ଼ିଶା ଜନ ସାଧାରଣଙ୍କର ରହିଛି ଏବଂ ରାଜ୍ୟ ତଥା ଦେଶର ବିକାଶରେ ଓଡ଼ିଶାବାସୀଙ୍କର ବଡ଼ ଅବଦାନ ଥିବା ନିଜ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ରାଜ୍ୟ ଓ ରାଜ୍ୟବାସୀଙ୍କ ସଫଳତା ଏବଂ ସମୃଦ୍ଧି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି ।

author

Related Articles

Leave a Reply

Your email address will not be published. Required fields are marked *