ଆସନ୍ତାକାଲିଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡି

ଆସନ୍ତାକାଲିଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡି

ଆସନ୍ତାକାଲିଠାରୁ ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଅଙ୍ଗନବାଡି କେନ୍ଦ୍ର ଚାଲିବ । ଏନେଇ ବିଜ୍ଞପ୍ତି ଜାରି ହୋଇଛି । ପୂର୍ବରୁ ସକାଳୁଆ ସ୍କୁଲ ପାଇଁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସ୍କୁଲଗୁଡ଼ିକ ମଧ୍ୟ ସକାଳ ୭ଟାରୁ ସାଢ଼େ ୧୧ଟା ପର‌୍ୟ୍ୟନ୍ତ ଖୋଲିବ। ୨ ଦିନ ଭିତରେ ତାପମାତ୍ରା ୫ ଡିଗ୍ରୀ ଯାଏଁ ବଢ଼ିପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ବଢୁଥିବା ତାତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ହୋଇଛି। ଅଂଶୁଘାତ ଓ ଡାଇରିଆ ଭଳି ଅସୁସ୍ଥତା ଉପରେ ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଅଂଶୁଘାତ ଜନିତ ଅସୁସ୍ଥତାର ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲ ପ୍ରସ୍ତୁତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୌଣସି ଅଘଟଣ ଏଡ଼ାଇବାକୁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।

author

Related Articles

Leave a Reply

Your email address will not be published. Required fields are marked *