ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି

ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି

ନିର୍ବାଚନ ପୂର୍ବରୁ ବିଜେପି ନେତାଙ୍କୁ ଲାଗିଲା ଶକ୍ତ ଝଟକା । ବିଜେପିର ଦୁଇ ଟାଣୁଆ ନେତାଙ୍କ ସଭ୍ୟ ପଦ ରଦ୍ଦ କଲେ ବାଚସ୍ପତି ପ୍ରମିଳା ମଲ୍ଲିକ୍ । ବିଜେପି ନେତା ଅରବିନ୍ଦ ଢାଲି ଏବଂ ପ୍ରେମାନନ୍ଦ ନାୟକଙ୍କ ବିଧାନସଭା ସଭ୍ୟ ପଦ ରଦ୍ଦ କରାଯାଇଛି । ଭାରତୀୟ ସମ୍ବିଧାନର ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *