ପରଲୋକରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ

ପରଲୋକରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ

ପରଲୋକରେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସ । ୭୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଭୋଗରାଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କମଳା ଦାସ । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିଲା । ଯେଉଁଥିପାଇଁ ସେ ଦୀର୍ଘଦିନ ହେବ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ । ପରେ ତାଙ୍କୁ କଟକର ଆଉ ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା କମଳା ଦାସଙ୍କ ଭଣଜା ସୂଚନା ଦେଇଛନ୍ତି ।
ସୂଚନା ଅନୁସାରେ ଭୋଗରାଇ ବିଧାନସଭା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ କମଳା ଦାସ । ୧୯୯୦ ମସିହାରେ ପ୍ରଥମଥର ପାଇଁ ସେ ଜନତା ଦଳ ଟିକେଟ୍ରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟ ମଧ୍ୟ ହୋଇଥିଲେ । ଏହା ପରେ ୧୯୯୫ ଓ ୨୦୦୦ ମସିହାରେ ମଧ୍ୟ ଭୋଗରାଇରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତେବେ ସେ ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମଧ୍ୟ ଥିଲେ ।

author

Related Articles

Leave a Reply

Your email address will not be published. Required fields are marked *