ଅଣହିନ୍ଦୁଙ୍କ ପ୍ରବେଶ ରୋକିବାକୁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରୟାସ

ଅଣହିନ୍ଦୁଙ୍କ ପ୍ରବେଶ ରୋକିବାକୁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରୟାସ

ଶ୍ରୀମନ୍ଦିରରେ ଅଣହିନ୍ଦୁ ମାନଙ୍କ ପ୍ରବେଶକୁ ନିଷେଧ କରାଯାଇଛି । ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରୟାସ ଆରମ୍ଭ କରାଯାଇଛି । ପଣାସଂକ୍ରାନ୍ତି ଠାରୁ ସକାଳେ ଓ ସନ୍ଧ୍ୟାରେ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ପ୍ରତିକ୍ରିୟା ଦେଇଛନ୍ତି ପ୍ରତିହାରୀ ନିଯୋଗ ସମ୍ପାଦକ ରାମନାରାୟଣ ଗୋଛିକାର । ପରବର୍ତ୍ତି ପର୍ଯ୍ୟାୟରେ ୪ ଦ୍ୱାରରେ ପ୍ରତିହାରୀ ସେବାୟତଙ୍କୁ ନିୟୋଜିତ କରାଯିବା ବୋଲି ନିଷ୍ପତି ହୋଇଛି । ତେବେ ପ୍ରତିହାରୀ ସେବାୟତ ମାନେ ସିଂହଦ୍ୱାର ଖୋଲିବା ସମୟରେ ଓ ସନ୍ଧ୍ୟା ଧୂପ ପରେ ସେଠାରେ ମୁତୟନ ରହିବେ ବୋଲି ନିଯୋଗର ସମ୍ପାଦକ କହିଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *