ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁ ରେ ସାଙ୍ଘାତିକ ଅଭିଯୋଗ

ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁ ରେ ସାଙ୍ଘାତିକ ଅଭିଯୋଗ

ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନରେ ତ୍ରୁଟି ଥିବା ଅଭିଯୋଗ ଆଣିଲା କଂଗ୍ରେସ । ରାୟଗଡା ଜିଲ୍ଲା ବିଷମକଟକର ବିଜେଡି ପ୍ରାର୍ଥୀ ଜଗନ୍ନାଥ ସାରକାଙ୍କ ନାଁ ଅଭିଯୋଗ ଆଣିଛନ୍ତି କଂଗ୍ରେସ ବିଧାୟକ ପ୍ରାର୍ଥୀ ନୀଳମାଧବ ହିକକା । ଏପରିକି ଶ୍ରୀ ହିକକା ଇସିଆଇଙ୍କ ଦ୍ୱାରସ୍ଥ ମଧ୍ୟ ହୋଇଛନ୍ତି । ଇସିଆଇଙ୍କ ନିକଟରେ ଫେରାଦ ହୋଇ ଜଗନ୍ନାଥ ସାରକା ଗତ ୫ ବର୍ଷର ଆୟକର ରିଟର୍ଣ୍ଣ ଦର୍ଶାଇବା ବଦଳରେ କେବଳ ୨୦୨୩-୨୪ ଆର୍ଥିକ ବର୍ଷର ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ ଦର୍ଶାଇଥିବା ନୀଳମାଧବ ହିକକା କହିଛନ୍ତି । କିନ୍ତୁ ରିଟର୍ଣ୍ଣିଂ ଅଫିସରଙ୍କୁ ଜଣାଇଥିଲେ ମଧ୍ୟ ଜଗନ୍ନାଥ ସାରକାଙ୍କ ପ୍ରାର୍ଥିପତ୍ର କାଏମ ରଖାଯାଇଛି । ତେବେ ଏହା ପରେ ଶ୍ରୀ ହିକ୍କା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏବଂ କେନ୍ଦ୍ର ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବା ସହ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି ।

author

Related Articles

Leave a Reply

Your email address will not be published. Required fields are marked *