ସୋମବାର ଠାରୁ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷାର ତାଣ୍ଡବ । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟକୁ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ବର୍ଷା ଓ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା । ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ୟ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଏବଂ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ । ଆଗାମୀ ୨୪ ଘଣ୍ଟା ପାଇଁ ପାଖାପାଖି ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
You can share this post!
author
Related Articles
ଖୋଲିବ ୩ଟି ଓମଫେଡ୍ ପ୍ଲାଣ୍ଟ…
- November 16, 2024
ନବୀନଙ୍କ ବଡ ନିଷ୍ପତ୍ତି; ନଭେମ୍ବର ଶେଷକୁ ହେବ…
- November 16, 2024