ଆଜି କେଜ୍ରିୱାଲଙ୍କୁ ମିଳିପାରେ ଜାମିନ

ଆଜି କେଜ୍ରିୱାଲଙ୍କୁ ମିଳିପାରେ ଜାମିନ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିପାରେ ସାମାନ୍ୟ ଆଶ୍ୱସ୍ତି । ଆଜି ସୁପ୍ରିମକୋର୍ଟ କେଜ୍ରିୱାଲଙ୍କୁ ନେଇ ରାୟ ଦେଇପାରନ୍ତି । କେଜ୍ରିୱାଲଙ୍କୁ ମିଳିପାରେ ଅନ୍ତରୀଣ ଜାମିନ । ଏହାପୂର୍ବରୁ ଇଡି ଏକ ସତ୍ୟପାଠ ଦାଖଲ କରିଛି । ଯେଉଁଥିରେ କୁହାଯାଇଛି, ପ୍ରଚାର ଏକ ମୌଳିକ ଅଧିକାର ନୁହେଁ । ଏହାକୁ ଅନ୍ତରୀଣ ଜାମିନ ପାଇଁ ଆଧାର କରାଯାଇପାରିବ ନାହିଁ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏହି ନେତାଙ୍କୁ ନିର୍ବାଚନ ଆଳରେ ମୁକ୍ତ କରିବାକୁ ଚେଷ୍ଟା କରାଯାଉଛି । ଇଡି ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନକୁ ବିରୋଧ କରି କୋର୍ଟରେ କହିଛନ୍ତି ଯେ ଆମ୍ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେବା ରାଜନେତାଙ୍କ ପାଇଁ ଏକ ଅଲଗା ଶ୍ରେଣୀ ସୃଷ୍ଟି କରିବା ପରି ହେବ ।

author

Related Articles

Leave a Reply

Your email address will not be published. Required fields are marked *