ମତଦାନ ସମୟରେ ପାଗ ଅନୁକୂଳ ରହିବ…

ମତଦାନ ସମୟରେ ପାଗ ଅନୁକୂଳ ରହିବ…

ଓଡିଶାରେ ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି । ଏବେ ମଧ୍ୟ ରାଜ୍ୟରେ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆଗାମୀ 4ରୁ 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବା ବେଳେ ମତଦାନ ସମୟରେ ପାଣିପାଗ ଅନୁକୂଳ ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି ୩୫ ଡିଗ୍ରୀ ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ରହିବ । ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ । ଏହି ସମୟରେ ବିଜୁଳି, ଘଡଘଡି ସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦କିମି ବେଗରେ ବହିବା ସମ୍ଭାବନା ରହିଛି । ତେଣୁ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନର ତାପମାତ୍ରାରେ ବିଶେଷ ପରିବର୍ତନ ହେବ ନାହିଁ ।

author

Related Articles

Leave a Reply

Your email address will not be published. Required fields are marked *